ରଥଯାତ୍ରା ପୂର୍ବରୁ ସାମୟିକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଖୁସି ଖବର
ଏହି ପରିମାଣ ପ୍ରତି ଦୁଇ ବର୍ଷରେ ୧୦ ପ୍ରତିଶତ ବୃଦ୍ଧି ପାଇବ
ଭୁବନେଶ୍ୱର, ୨୬ ଜୁନ (ହି.ସ.)-ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର।
ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ବେଳେ (ଉରଗ୍ଦଗ୍ଦବଗ୍ଧସକ୍ଟଦ୍ଭ କ୍ଟଲ ଝରକ୍ସଙ୍ଖସମର ) କରାଯିବା ସମୟରେ ସେମାନଙ୍କୁ ଏକକାଳୀନ ୧.୫ ଲକ୍ଷ ଟଙ୍କା ମିଳୁଥିଲା। ଏହି ପରିମାଣକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି ଅନୁଯାୟୀ, ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅନ୍ତର ହେଲେ ସେମାନଙ୍କୁ ଏକକାଳୀନ ୨.୫ ଲକ୍ଷ ଟଙ୍କା ମିଳିବ। ଯଦି ସାମୟିକ କର୍ମଚାରୀମାନେ ନିୟମିତ ପଦବୀକୁ ଯାଇଥିବେ କିନ୍ତୁ ୫ ବର୍ଷ ପୂରଣ କରିନଥିବେ ତେବେ ସେ କ୍ଷେତ୍ରରେ ସେମାନଙ୍କୁ ମଧ୍ୟ ୨.୫ ଲକ୍ଷ ଟଙ୍କା ଏକକାଳୀନ ରାଶି ମିଳିବ।
ନିୟମିତ ପଦବୀରେ ୫ ବର୍ଷରୁ ଅଧିକ ସମୟ କାମ କରିଥିଲେ, କାର୍ଯ୍ୟ ନିବୃତି ସମୟରେ ସେମାନେ ସର୍ବନିମ୍ନ ଗ୍ରାଚ୍ୟୁଇଟି ୨.୫ ଲକ୍ଷ ଟଙ୍କା ପାଇବେ।
ଏହା ସହିତ ଏହି ଏକକାଳୀନ ଗ୍ରାଚ୍ୟୁଇଟି ପରିମାଣ ପ୍ରତି ଦୁଇ ବର୍ଷରେ ୧୦ ପ୍ରତିଶତ ଲେଖାଏଁ ବୃଦ୍ଧି ପାଇବ ବୋଲି ନିଷ୍ପତି ନିଆଯାଇଛି। ଏହି ବୃଦ୍ଧି ପାଇଁ ଅର୍ଥ ବିଭାଗର ଅନୁମୋଦନ ଆବଶ୍ୟକତା ପଡିବ ନାହିଁ। ବିଭାଗ ମାନେ ନିଜେ ପ୍ରତି ଦୁଇ ବର୍ଷରେ ଏହି ପରିମାଣ ବୃଦ୍ଧି କରି ପାରିବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା