ଭୁବନେଶ୍ୱର, 26 ଜୁନ୍ (ହି.ସ.)- ଉତ୍କଳମଣି
ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ
ଗଠନର ଅନ୍ୟତମ କର୍ଣ୍ଣଧାର, ସେବା ଓ ତ୍ୟାଗର
ମୂର୍ତ୍ତିମନ୍ତ ପ୍ରତୀକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁଣ୍ୟତିଥିରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର ତ୍ୟାଗ, ନିଃସ୍ଵାର୍ଥ ସେବା ତଥା ସାହିତ୍ୟ, ସାମ୍ବାଦିକତା ଓ ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଆ ଜାତି ସର୍ବଦା ତାଙ୍କ ପାଖରେ ଋଣୀ
ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା