ଭୁବନେଶ୍ୱର, ୨୬ ଜୁନ (ହି.ସ.)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ଗୋପବନ୍ଧୁ ଛକରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ମନୋରଞ୍ଜନ ଦାଶ, ଚିନ୍ମୟ ପ୍ରସାଦ ବେହୁରା, ଖଗେଶ୍ୱର ମଲ୍ଲିକ, ସଂଜୟ ରାଉତ ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା