ଭୁବନେଶ୍ୱର, 27 ଜୁନ୍ (ହି.ସ.)- ସମାଜର ସହ
ସମ୍ପାଦକ ଆଦିତ୍ୟ କୁମାର ପତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ତଥା ସମାଜର ସହ ସମ୍ପାଦକ
ଆଦିତ୍ୟ କୁମାର ପତିଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କର
ବିୟୋଗ ସାମ୍ବାଦିକତା କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ
ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।
ଓଁ ଶାନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା