ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଦକ୍ଷିଣ-ପଶ୍ଚିମ ବାଙ୍ଗଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତର ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଉପରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କି
ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି


ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଦକ୍ଷିଣ-ପଶ୍ଚିମ ବାଙ୍ଗଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତର ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଉପରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହା ଧିରେ ଧିରେ ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଆଗାମୀ ଦୁଇ ଦିନରେ ଉତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିପାରେ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande