ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ୪ ସ୍ଥାନରେ ଅତି ଭୀଷଣ ବର୍ଷା, ୨୭ ସ୍ଥାନରେ ଭୀଷଣ ବର୍ଷା :  ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨୦.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୪ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୨୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ୪ ସ୍ଥାନରେ ଅତି ଭୀଷଣ ବର୍ଷା, ୨୭ ସ୍ଥାନରେ ଭୀଷଣ ବର୍ଷା :  ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨୦.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୪ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୨୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ସର୍ବାଧିକ ୩୨୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୨୫୦.୦ ମି.ମି., ସାରସକଣାରେ ୨୪୯.୦ ମି.ମି., ବାଙ୍ଗିରିପୋଷିରେ ୧୯୮.୦ ମି.ମି., ଶାମାଖୁଂଟାରେ ୧୮୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୧୪୭.୦ ମି.ମି., ଖଇରାରେ ୧୨୨.୦ ମି.ମି., ସୋନପୁର ଜିଲ୍ଲାର ସୋନପୁରରେ ୧୧୫.୪ ମି.ମି., ବାଲେଶ୍ୱର ଜିଲ୍ଲାର ଔପଦାରେ ୧୧୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୧୦୭.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହୀରେ ୧୦୫.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୧୦୫.୦ ମି.ମି. ଏବଂ କୁସୁମିରେ ୯୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande