ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଂଙ୍ଗ,
ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି


ଭୁବନେଶ୍ୱର, 29 ଜୁନ୍ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

ହୋଇଯାଇଛି । ବୈଠକରେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଂଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ

ମୁଖ୍ୟ ପରାମର୍ଶଦାତା ପ୍ରକାଶ ମିଶ୍ର, ଗୃହ ସଚିବ ସତ୍ୟବ୍ରତ

ସାହୁଙ୍କ ବଶିଷ୍ଠ ଅଧିକାରୀ। ଏହି ବୈଠକରେ

ମହାପ୍ରଭୁଙ୍କ ରଥଯାତ୍ରାରେ ଭିଡ ଜନିତ ଅଘଟଣରେ ମୃତ ଭକ୍ତଙ୍କ ପରିବାରର ନିକଟତମ

ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ସହ ଉନ୍ନୟନ କମିଶନରଙ୍କ ଅଧୀନରେ

ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ଜିଲ୍ଲାପାଳ ଓ ଏସ.ପିଙ୍କ

ବଦଳି ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ନୂଆ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣା ଓ ନୂଆ ଏସପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ

ଦାୟିତ୍ବ ମିଳିଛି। ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦାୟିତ୍ଵରେ ଅବହେଳା କରିବା ଅଭିଯୋକ୍ରମେ ଡିସିପିଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ିଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ରଥଯାତ୍ରାର

ସମ୍ପୂର୍ଣ୍ଣ ପରିଚାଳନା ପାଇଁ ଉଚ୍ଚ ଶିକ୍ଷା ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲଙ୍କୁ ସମ୍ପୂର୍ଣ୍ଣ

ଦାୟିତ୍ଵ ମିଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀରେ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ।

ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ

ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ

ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଥିବା ବେଳେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ

ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତ ମାନଙ୍କ ପରିବାର

ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ

ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ

ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି

ତଦନ୍ତ କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ

ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ

ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande