ଭବାନୀପାଟଣା, ୩୦ ଜୁନ (ହି.ସ )– କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍ ଓ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଂଚଳରୁ ଆସିଥିବା ୨୪ ଗୋଟି ଆପତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୫ ଗୋଟି ଓ ସାମୂହିକ ୦୯ ଗୋଟି ରହିଥିବା ବେଳେ ୦୪ ଗୋଟି ଆପତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା କିଶୋର କୁମାର ପୃଷ୍ଟି, ଡେପୁଟି କଲେକ୍ଟର ଦୀପ୍ତିମୟୀ ପ୍ରଧାନ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର?୍ୟ୍ୟାମୀ କହଁର, ସହ ନିର୍ଦ୍ଦେଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର, ସ୍ଥାନୀୟ ବି.ଡି.ଓ. ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ହିନ୍ଦୁସ୍ଥାନ ସମାଚାର।
ହିନ୍ଦୁସ୍ଥାନ ସମାଚାର/ଜୟକୃଷ୍ଣ/ଭାନୁ
ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ