ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 9 ଜୁନ୍ (ହି.ସ.) - ଆଜି ପୁରୀ ପୌରସଦନ(ଟାଉନ ହଲ) ଠାରେ ଆୟୋଜିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି ରଥ ନିର୍ମାଣ ଅଗ୍
ରଥଯାତ୍ରା ପରିଚ଼ାଳନା     ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 9 ଜୁନ୍ (ହି.ସ.)

- ଆଜି ପୁରୀ ପୌରସଦନ(ଟାଉନ

ହଲ) ଠାରେ ଆୟୋଜିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା

ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା

କରି ରଥ ନିର୍ମାଣ ଅଗ୍ରଗତି,ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଟ୍ରାଫିକ କଟକଣା ଏବଂ ଯୋଗାଯୋଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗରେ

ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ ବୃନ୍ଦ, ରଥଯାତ୍ରା ସମନ୍ୱୟ କମିଟି ଏବଂ ପୁରୀ ସହରର ବରିଷ୍ଠ ନାଗରିକ ମାନଙ୍କ ସହ ଆଲୋଚନା କରି

ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।

ଏହାସହିତ ଶ୍ରଦ୍ଧାଳୁଙ୍କ

ସମାଗମ ଆଶଙ୍କା କରାଯାଉଥିବାରୁ ପାନୀୟଜଳ, ଶୌଚାଳୟ, ରହଣି ସୁବିଧା, ଅପରାଧ ଦମନ, ଭିଡ଼ ନିୟନ୍ତ୍ରଣ, ଠାକୁରଙ୍କ ଶୃଙ୍ଖଳିତ ଦର୍ଶନ, ଉଚିତ୍ ମୂଲ୍ୟରେ ମହାପ୍ରସାଦ ଉପଲବ୍ଧ କରିବା, ବସ ଓ ଟ୍ରେନ୍ ଯାତ୍ରାକୁ ସହଜ ଓ ସୁଗମ କରିବା, ସଫେଇ, ଉତ୍ତମମାନର ଖାଦ୍ୟ ବିକ୍ରି, ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ସର୍ବୋପରି ରଥଯାତ୍ରାରେ ନୀତିନିର୍ଘଣ୍ଟ

ଓ ନୀତିକାନ୍ତି ଉପରେ ଆଲୋଚନା ହୋଇଥିଲା।

ଏହି କାର୍ଯ୍ୟକ୍ରମ ଅବସରରେ

ସ୍ବାସ୍ଥ୍ୟ, ପରିବାର

କଲ୍ୟାଣ,

ସଂସଦୀୟ ବ୍ୟାପାର ଓ ବୈଦ୍ୟୁତିକ ଓ ସୂଚ଼ନା ବୈଷୟିକ ବିଭାଗର ମନ୍ତ୍ରୀ

ମୁକେଶ ମହାଲିଙ୍ଗ, ବାଣିଜ୍ୟ, ପରିବହନ, ଖଣି ଓ

ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଜେନା, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,

ଉଚ୍ଚଶିକ୍ଷା,କ୍ରୀଡ଼ା

ଓ ଯୁବ ବ୍ୟାପାର ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ

ସାଂସଦ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ଶ୍ରୀ ଶୁଭାଶିଷ ଖୂଂଟିଆ ଓ ପୁରୀ ଜିଲ୍ଲାର ବିଧାୟକ ଗଣ, ବିଭାଗୀୟ ପ୍ରମୁଖ ଶାସନ ସଚିବ , ଶ୍ରୀମନ୍ଦିର ପ୍ରଶାସନ ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande