ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଭୀଷଣ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ର
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଭୀଷଣ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ଅର୍ଥାତ୍ ୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୪ ତାରିଖରେ ୭ ଜିଲ୍ଲା, ୫ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande