ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ସର୍ବାଧିକ ୬୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୦ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ସର୍ବାଧିକ ୬୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ସର୍ବାଧିକ ୬୭.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୦ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ସର୍ବାଧିକ ୬୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ୫୬.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୫୫.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ାରେ ୫୧.୧ ମି.ମି., ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୪୨.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୪୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ୪୦.୦ ମି.ମି., ବରଗଡ଼ ଜିଲ୍ଲାର ପଦମପୁରରେ ୩୮.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୩୮.୦ ମି.ମି., ରାୟଗଡ଼ା ଜିଲ୍ଲାର ପଦ୍ମପୁରରେ ୩୮.୦ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୩୬.୦ ମି.ମି., ସୋନପୁର ଜିଲ୍ଲାର ବିନିକାରେ ୩୫.୦ ମି.ମି. ଏବଂ ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୩୪.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande