ଭୁବନେଶ୍ୱର, ୧୧ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା( ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲା (ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ଦେବଗଡ଼ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୫ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ