ଭୁବନେଶ୍ୱର,୧୨ ଜୁଲାଇ (ହି.ସ.) - ଜୁଲାଇ ୧୪ ତାରିଖରେ ଏମସ୍ ଭୁବନେଶ୍ୱରର ପଂଚମ ସମାବର୍ତନ ଉତ୍ସବ ଅନୁଷ୍ଠିତ ହେବ। ସନ୍ଧ୍ୟା ସାଢ଼େ ୫ ଟାରେ ଆରମ୍ଭ ହେବାକୁ ଥିବା ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଏହାସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ, ଭୁବନେଶ୍ୱର ସାଂସଦ ମଧ୍ୟ ସମାବର୍ତନ ଉତ୍ସବରେ ଯୋଗ ଦେବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମୋଟ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରାଯିବ। ୩୧ ଜଣ ଛାତ୍ରଛାତ୍ରୀଙ୍କୁ ୫୯ଟି ଗୋଲ୍ଡ ମେଡାଲ ମିଳିବ। ଶନିବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏମସ୍ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ଆଶୁତୋଷ ବିଶ୍ୱାସ ଏହି ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା