ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨ ଜୁଲାଇ (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ସ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୧୨ ଜୁଲାଇ (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି। ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ। ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ୱୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande