ବନ୍ୟାଭଳି ସ୍ଥିତି ଆଣିପାରେ ଅବପାତ ବର୍ଷା
ଭୁବନେଶ୍ୱର, ୧୪ ଜୁଲାଇ (ହି.ସ.)- ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଅବପାତଜନିତ ବର୍ଷା ବନ୍ୟାଭଳି ସ୍ଥିତି ଆଣିପାରେ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆଜି ଉତର ଓଡ଼ିଶା ଓ କାଲିଠ
ବନ୍ୟାଭଳି ସ୍ଥିତି ଆଣିପାରେ ଅବପାତ ବର୍ଷା


ଭୁବନେଶ୍ୱର, ୧୪ ଜୁଲାଇ (ହି.ସ.)- ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଅବପାତଜନିତ ବର୍ଷା ବନ୍ୟାଭଳି ସ୍ଥିତି ଆଣିପାରେ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ଆଜି ଉତର ଓଡ଼ିଶା ଓ କାଲିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। କେତୋଟି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଅବବାହିକାରେ ପୁଣି ବର୍ଷା ହେବ। ମହାନଦୀ ଓ ବ୍ରାହ୍ମଣୀ ଅବବାହିକାରେ ମଧ୍ୟ ବର୍ଷା ହେବ। ଉପକୂଳରେ ପାରାଦୀପଠୁ ଆରମ୍ଭ କରି ପଶ୍ଚିମରେ ସମ୍ବଲପୁର ପର୍ଯ୍ୟନ୍ତ ବର୍ଷିବ। ସମୁଦ୍ର ଅଶାନ୍ତ ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ପ୍ରବଳ ବର୍ଷା ସହ ସ୍ଥଳଭାଗରେ ଘଂଟାକୁ ୩୦ କିମି ବେଗରେ ପବନ ସମ୍ଭାବନା ରହିଥିବା କହିଛନ୍ତି ଆଇଏମଡି ଡିଜି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande