ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଭବାନୀପାଟଣା, ୧୪ଜୁଲାଇ (ହି.ସ) - କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ
ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ


ଭବାନୀପାଟଣା, ୧୪ଜୁଲାଇ (ହି.ସ) - କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଂଚଳରୁ ଆସିଥିବା ୪୩ ଗୋଟି ଆପତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୭ ଗୋଟି ଓ ସାମୂହିକ ୧୩ ଗୋଟି ରହିଥିବା ବେଳେ ୦୬ ଗୋଟି ଆପତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ।ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ôଥକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଭତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଅବକାରୀ,ସମାଜ କଲ୍ୟାଣ,ଶିଶୁ ସୁରକ୍ଷା, ପୂର୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର?୍ୟ୍ୟକାରୀ ହେବାକୁ ଥିବା ସମ୍ପର୍କିତ ସମସ୍ତ ଆପତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ( ପ୍ରବେଶନ) ଅନିମେସ ପ୍ରଧାନ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଧର୍ମଗଡ଼, ଅଜୟ କୁମାର ତିର୍କୀ,ବ୍ଲକ ଅଧ୍ୟକ୍ଷକ୍ଷ ସବିତା ମେହେର, ବିଡିଓ,ଦେବାଶିଷ କର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା କିଶୋର କୁମାର ପୃଷ୍ଟି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା,ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଂଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଜିଲ୍ଲା ପଂଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର/ଜୟକୃଷ୍ଣ/ଭାନୁ

ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ


 rajesh pande