ଭୁବନେଶ୍ୱର, 14 ଜୁଲାଇ (ହି.ସ.)
- ବାଲେଶ୍ୱର
ଏଫଏମ କଲେଜ ଘଟଣାରେ ପୀଡିତାଙ୍କ ବାପାମାଆଙ୍କୁ ଭେଟି ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ପୀଡିତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଏମ୍ସ
କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ,ବାଲେଶ୍ୱର ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ
ଘଟିଥିବା ଅଘଟଣରେ ଛାତ୍ରୀଜଣକ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର
ବାପା ମାଆଙ୍କୁ ଭେଟି ସମବେଦନା ଜଣାଇବା ସହ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ
କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲି । ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା
ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା