ବଳଙ୍ଗା ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ଜୁଲାଇ (ହି.ସ.)- ବଳଙ୍ଗା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଘଟିଥିବା ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍
ବଳଙ୍ଗା ଘଟଣାକୁ ନେଇ ଦୁଃଖ     ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 19 ଜୁଲାଇ (ହି.ସ.)- ବଳଙ୍ଗା

ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଘଟିଥିବା

ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ । ଏହି ଘଟଣାକୁ ସରକାର ଗମ୍ଭୀରତାର ସହ ନେଇ ଦୋଷୀଙ୍କ

ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏମ୍ସ ହସ୍ପିଟାଲରେ

ନାବାଳିକାଙ୍କ ଚିକିତ୍ସା ଚାଲୁଅଛି । ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ

ଘରକୁ ଫେରନ୍ତୁ, ଏହା

ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande