ଭୁବନେଶ୍ୱର, 22 ଜୁଲାଇ (ହି.ସ.)
- ଆସନ୍ତାକାଲିଠାରୁ
ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ
ସୃଷ୍ଟି ହେବ । ତେଣୁ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ
ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ଓ
ଘଣ୍ଟା ପ୍ରତି ୩୦କି.ମି. ବେଗରେ ପବନ ବହିପାରେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା