ଭୁବନେଶ୍ୱର,୨୩ ଜୁଲାଇ (ହି.ସ.)- ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ପୀଡିତାଙ୍କୁ ଭେଟିବା ସହ ତାଙ୍କ ପରିବାର ବର୍ଗଙ୍କ ସହ ଆଲୋଚନା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏନେଇ ସେ ଏକ୍ସରେ ପୋଷ୍ଟ କରିଛନ୍ତି।
ଏକ୍ସରେ ଶ୍ରୀମତୀ ପରିଡା ଲେଖିଛନ୍ତି ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ମୋ ନିର୍ବାଚନ ମଣ୍ଡଳୀ କ୍ଷେତ୍ର ଅନ୍ତର୍ଗତ ବଳଙ୍ଗାର ପୀଡ଼ିତାଙ୍କୁ ଭେଟିବା ସହ ତାଙ୍କ ପରିବାରବର୍ଗ ଏବଂ ସମ୍ପର୍କୀୟଙ୍କ ସହ ଦେଖା କଲି। ଏହି ଗସ୍ତ ସମୟରେ, ତାଙ୍କୁ ଚିକିତ୍ସା ପ୍ରଦାନ କରୁଥିବା ଡାକ୍ତରୀ ଦଳ ଏବଂ ବିଶେଷଜ୍ଞ ମାନଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଏବଂ ଆଗାମୀ ଦିନରେ ହେବାକୁ ଥିବା ଚିକିତ୍ସା ବିଷୟରେ ଆଲୋଚନା କଲି। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ, ମହାପ୍ରଭୁଙ୍କ ନିକଟରେ ଏତିକି ପ୍ରାର୍ଥନା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା