ବାଜିରାଉତ କଲେଜ ଅଧ୍ୟକ୍ଷ ଓ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଭୁବନ, ୩୧ ଜୁଲାଇ (ହି.ସ.)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ କେଶବ ଚନ୍ଦ୍ର ରାଉତରାୟ ଓ କନିଷ୍ଠ କିରାଣୀ ଶିଶିର କୁମାର ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ଭୂୟାଁଙ୍କ ସଭାପତିତ୍ବରେ ଆୟୋଜିତ ସମ୍ବର୍ଧନା ସଭାରେ ସମସ୍ତ ଅଧ୍ୟାପକ, ଅଧ୍
ବାଜିରାଉତ କଲେଜ ଅଧ୍ୟକ୍ଷ ଓ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା


ଭୁବନ, ୩୧ ଜୁଲାଇ (ହି.ସ.)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ କେଶବ ଚନ୍ଦ୍ର ରାଉତରାୟ ଓ କନିଷ୍ଠ କିରାଣୀ ଶିଶିର କୁମାର ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ଭୂୟାଁଙ୍କ ସଭାପତିତ୍ବରେ ଆୟୋଜିତ ସମ୍ବର୍ଧନା ସଭାରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି ବିଦାୟୀ ଅଧ୍ୟକ୍ଷ ଶ୍ରୀ ରାଉତରାୟ, କନିଷ୍ଠ କିରାଣୀ ଶ୍ରୀ ସାହୁଙ୍କ କର୍ମମୟ ଜୀବନ ସମ୍ପର୍କରେ ଆଲୋକପାତ କରିବା ସହ ସୁସ୍ଥ ନିରାମୟ ଜୀବନ କାମନା କରିଥିଲେ । ଏହି ଅବସରରେ ଉଭୟଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ, ପ୍ରଶଂସାପତ୍ର ଓ ଉପହାର ପ୍ରଦାନ କରାଯାଇଥିଲା । ଗ୍ରନ୍ଥାଗାରିକ ନନ୍ଦ କିଶୋର ଧୀର ମାନପତ୍ର ପଠନ କରିଥିଲେ । ମୂଖ୍ୟ କିରାଣୀ କୈଳାଶ ଚନ୍ଦ୍ର ବେହେରା ସ୍ବରଚିତ କବିତା ମାଧ୍ୟମରେ ଅଧ୍ୟକ୍ଷ ଓ କନିଷ୍ଠ କିରାଣୀଙ୍କ ଉଚ୍ଚ ପ୍ରଶଂସା କରିଥିଲେ । ଇତିହାସ ବିଭାଗ ଅଧ୍ୟାପକ ପ୍ରଭାତ ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା କ୍ଷୀରାବ୍ଦି ତନୟା ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande