ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୪ ଜୁଲାଇ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ଜୁଲାଇ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲା(ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଭୀଷଣ ବର୍ଷା ନେଇ ୬ ତାରିଖରେ ୬ ଜିଲ୍ଲା, ୭ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande