ନୂଆଦିଲ୍ଲୀ, ୫ ଜୁଲାଇ (ହି.ସ.)- ଶନିବାର ଦିନ ଉତର ପ୍ରଦେଶର ସମ୍ଭଲରେ ଏକ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି(ପିଏମଏନଆରଏଫ)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ଏକ୍ସ ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଉତର ପ୍ରଦେଶର ସମ୍ଭଲରେ ଘଟିଥିବା ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ମୋତେ ଗଭୀର ଦୁଃଖ ଦେଇଛି । ଦୁର୍ଘଟଣାରେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ମୁଁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।
ଉଲ୍ଲେଖଯୋଗ୍ୟ, ଉତର ପ୍ରଦେଶର ସମ୍ଭଲ ଜିଲ୍ଲାର ଜୁନାୱାଇ ଥାନା ଅଂଚଳରେ ଶୁକ୍ରବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣାରେ ବର ସମେତ ୮ ଜଣଙ୍କର ମୃତ୍ୟୁ ହୋଇଥିଲା, ଏହି ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ