ସମ୍ବଲପୁର, ୬ ଜୁଲାଇ (ହି.ସ.)- ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଯାଇଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆଜି ସକାଳେ ପୂଜାର୍ଚ୍ଚନା ପରେ ପୂର୍ବାହ୍ନ ୧୦ଟା ସମୟରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା । ପର୍ଯ୍ୟାୟ କ୍ରମେ ୧୨ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଜଳଭଣ୍ଡାରର ବାମ ପାର୍ଶ୍ଵ ଡାଇକ୍ ର ୮ଟି ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳପତନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ