ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ
ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ
ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ  ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ


ସମ୍ବଲପୁର, ୧୩ ଅଗଷ୍ଟ (ହି.ସ.)

ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ସଦର ମହକୁମା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ପ୍ରଶାସନ ପକ୍ଷରୁ ନିଶା ନିବାରଣ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବୀନ୍ଦ୍ର କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସହକାରୀ ଗୋଷ୍ଠୀ ଅଧିକାରୀ ଦେବକୀ ନାଏକ, ସରପଞ୍ଚ ଯାଜ୍ଞସେନୀ ନାଏକ, ଆକାଉଣ୍ଟ ଅଫିସର ଋଷଭ ମାଝୀ, ଅଜିତ ସାହୁ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରାଇବା ସହ ନିଶା ନିବାରଣ ନେଇ ସଚେତନା କରିଥିଲେ। କାର୍ଯ୍ୟକ୍ରମକୁ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ବେହେରା ପରିଚାଳନା କରିଥିଲେ। ଶପଥ ପାଠ ପରେ ଛାତ୍ରୀ ଛାତ୍ରଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଦେଇ ବିଡ଼ିଓ ପରିସ୍କୃତ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande