ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଆସନ୍ତା ୨୪ ଘଂ
ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୬ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande