ମାର୍ଥାପୁର ସରସ୍ୱତୀ ଶିଶୁ ମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା
ଭୁବନ, ୮ ଅଗଷ୍ଟ (ହି.ସ.) - ଭୁବନ ବ୍ଲକ ଅନ୍ତର୍ଗତ ମାର୍ଥାପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାର୍ଥାପୁର ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅରୁଣ କୁମାର ସାମଲ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନ
ମାର୍ଥାପୁର ସରସ୍ୱତୀ ଶିଶୁ ମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା


ଭୁବନ, ୮ ଅଗଷ୍ଟ (ହି.ସ.) - ଭୁବନ ବ୍ଲକ ଅନ୍ତର୍ଗତ ମାର୍ଥାପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାର୍ଥାପୁର ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅରୁଣ କୁମାର ସାମଲ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ବିଜ୍ଞାନ ମେଳାରେ ୨୨୫ ଟି ପ୍ରକଳ୍ପ ସ୍ଥାନ ପାଇଥିଲା । ଅନୁଷ୍ଠାନର ସଭାପତି ସୁଧାଂଶୁ ଶେଖର ପାତ୍ର, ସମ୍ପାଦକ ହୃଦାନନ୍ଦ ନନ୍ଦ ଶତପଥୀ, ମଠକରୋଗୋଳା ମହାବିଦ୍ୟଳୟର ଅଧ୍ୟକ୍ଷ ଚିତରଞ୍ଜନ ଦାସ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଉଦୟନାଥ ସାହୁ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପାଦନା କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ଭାନୁ ଚରଣ


 rajesh pande