ହୀରାକୁଦ ଜଳଭଣ୍ଡାରରୁ ୫ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୧୨ ସେପ୍ଟେମ୍ବର (ହି.ସ.)- ଶୁକ୍ରବାର ସକାଳ ୬ଟା ସୁଦ୍ଧା ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ପୂର୍ବାହ୍ନରେ ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସେହିପରି ଅପରାହ୍ନରେ ସ୍ଥିତିକୁ ଦୃଷ୍ଟିରେ ରଖି ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୧୨ ସେପ୍ଟେମ୍ବର (ହି.ସ.)- ଶୁକ୍ରବାର ସକାଳ ୬ଟା ସୁଦ୍ଧା ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ପୂର୍ବାହ୍ନରେ ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସେହିପରି ଅପରାହ୍ନରେ ସ୍ଥିତିକୁ ଦୃଷ୍ଟିରେ ରଖି ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସନ୍ଧ୍ୟା ୬ଟା ସୁଦ୍ଧା ମୋଟ୍ ୫ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୯.୦୨ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬ ହଜାର ୨୧୫ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୫ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୧୮ ହଜାର ୯୨୪ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande