ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୪ ଦିନ ପାଇଁ କୌଣ
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(ନବରଙ୍ଗପୁର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଅନ୍ୟ ୨୮ ଜିଲ୍ଲାକୁ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୫ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande