ସମ୍ବଲପୁର, ୧୫ ସେପ୍ଟେମ୍ବର (ହି.ସ.)- ସୋମବାର ଦିନ ୧୨ଟା ସୁଦ୍ଧା ୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ଅପରାହ୍ନରେ ପର୍ଯ୍ୟାୟ କ୍ରମେ ୨ଟି ଏବଂ ସଂନ୍ଧ୍ୟାରେ ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ରାତି ୮ଟା ସୁଦ୍ଧା ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୯.୫୨ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୧.୮୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦.୦୫ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ