କେନ୍ଦୁଝର, ୧୬ ସେପ୍ଟେମ୍ବର(ହି.ସ.) – ଶିଶୁ ଯତ୍ନ ଅନୁଷ୍ଠାନର ଅନ୍ତେବାସୀଙ୍କ ଲୁକ୍କାୟିତ ପ୍ରତିଭାକୁ ପରିସ୍ଫୁଟନ କରିବା ଲକ୍ଷ୍ୟ ନେଇ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, କେନ୍ଦୁଝର ତରଫରୁ ଜିଲ୍ଲାର ଶିଶୁ ଯତ୍ନ ଅନୁଷ୍ଠାନର ପିଲାଙ୍କୁ ନେଇ ସ୍ଥାନୀୟ ଶଙ୍କରପୁରସ୍ଥିତ ଧରଣୀଧର ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ, କେନ୍ଦୁଝର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ ୨୦୨୫ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୭ଟି ଶିଶୁ ଯତ୍ନ ଅନୁଷ୍ଠାନର ୧୭୦ ଜଣ ପ୍ରତିଯୋଗୀ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ। ଶିଶୁ ମାନଙ୍କ ମଧ୍ୟରେ ଫୁଟବଲ, ଉଚ୍ଚ ଡିଆଁ, ଲମ୍ବ ଡିଆଁ, ଚେସ, କ୍ୟାରମ, ଦୌଡ଼, ବକ୍ତୃତା, ଦଳଗତ ନୃତ୍ୟ, ସଂଗୀତ, ଚିତ୍ରାଙ୍କନ, କୁଇଜ଼ ଆଦି କନିଷ୍ଠ, ବରିଷ୍ଠ, ବାଳକ, ବାଳିକା ବର୍ଗରେ ଅନୁଷ୍ଠିତ ହୋଇଥିଲା। ପରେ ପରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ସସ୍ମିତା ନନ୍ଦିନୀ ତ୍ରିପାଠୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନ୍ଦରଧର ମହାଳିକ, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ବିବେକାନନ୍ଦ ମହାନ୍ତ, ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ, ସହକାରୀ ଜିଲ୍ଲାପାଳ ସରୋଜ ମଲ୍ଲିକ, ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ବିଭୂତି ଭୂଷଣ ଦାଶ ଅତିଥିଭାବେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରିୟଙ୍କା ମଲ୍ଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଚାଇଲଡ ହେଲ୍ପ ଲାଇନର ସମସ୍ତ କର୍ମକର୍ତା ସହଯୋଗ କରିଥିଲେ। ସତ୍ୟଜିତ ମିଶ୍ର ମଂଚ ପରିଚାଳନା କରିଥିଲେ।
ହିନ୍ଦୁସ୍ଥାନ ସମାଚାର/ସନ୍ତୋଷ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA