(ଅପଡେଟ) କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ଯାଞ୍ଚ କଲେ ଡ଼ିଜିପି
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ଆସନ୍ତା କାଲିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସ
(ଅପଡେଟ) କାଲିଠୁ ବିଧାନସଭା ମୌସୁମୀ     ଅଧିବେଶନ, ସୁରକ୍ଷା ଯାଞ୍ଚ କଲେ ଡ଼ିଜିପି


ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ଆସନ୍ତା କାଲିଠୁ

ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା

ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ

ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା

ରହିବ ବୋଲି ଡିଜିପି ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦେଇଛନ୍ତି । ଏଥିପାଇଁ 30 ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ

ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା

ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ

ଦାୟିତ୍ଵରେ ରହିବେ | ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି

କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି| ୫ଟି

ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ

ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା 150 ଅଧିକାରୀ

ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ | ଅଧିବେଶନ ଆରମ୍ଭ ପୂର୍ବରୁ

ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା

। ଲୋୟର ପିମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି

ସର୍ଭିଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା

ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande