କେନ୍ଦୁଝର, 17 ସେପ୍ଟେମ୍ବର (ହି.ସ.) ଆଜି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆୟୋଜିତ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ଅନନ୍ତ ନାୟକ ଯୋଗଦେଇ ସୁସ୍ଥ ସମାଜ ଗଠନ ପାଇଁ ସୁସ୍ଥଭାବେ ନାରୀ ରହିବା ନେଇ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଘଟଗାଁ ବ୍ଳକର ବହୁ ଅଧିକାରୀ ଓ ସ୍ବାସ୍ଥ୍ୟକର୍ମୀ ଯୋଗ ଦେଇଥିଲେ।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA