ଆଜିଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)ଆଜି ଗୁରୁବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ସାତଟି କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୧୯ ତାରିଖରେ କେବଳ ବେସରକାରୀ ସଭ୍ୟଙ୍କ କାର୍ଯ୍ୟ ପାଇଁ ଧାର୍ଯ୍ୟ ହୋଇଥିଲା ବେଳେ ବାକି
ଆଜିଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ


ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)ଆଜି ଗୁରୁବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ସାତଟି କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୧୯ ତାରିଖରେ କେବଳ ବେସରକାରୀ ସଭ୍ୟଙ୍କ କାର୍ଯ୍ୟ ପାଇଁ ଧାର୍ଯ୍ୟ ହୋଇଥିଲା ବେଳେ ବାକି ୬ ଦିନ ସରକାରୀ କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଗୃହରେ କୌଣସି କାର୍ଯ୍ୟ ହେବ ନାହିଁ ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣା ପଡିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande