ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବୀରମିତ୍ରପୁରର
ପୂର୍ବତନ ବିଧାୟକ ତଥା ଜନଜାତି ନେତା ଜର୍ଜ ତିର୍କିଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କନକ
ବର୍ଦ୍ଧନ ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ
କହିଛନ୍ତି ଯେ, ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ପୂର୍ବତନ ବିଧାୟକ ତଥା ଜନଜାତି ନେତା ଜର୍ଜ
ତିର୍କିଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ଜନପ୍ରତିନିଧି ଭାବେ
ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ
ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜ୍ଞାପନ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା