ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ସର୍ବାଧିକ ୬୩.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ସର୍ବାଧିକ ୬୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୫୦.୬ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ସର୍ବାଧିକ ୬୩.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ସର୍ବାଧିକ ୬୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୫୦.୬ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୪୮.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୪୦.୦ ମି.ମି., କଟକ ଜିଲ୍ଲାର କଟକରେ ୩୮.୦ ମି.ମି., ମାହାଙ୍ଗାରେ ୩୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୩୦.୦ ମି.ମି., ରାଜନଗରରେ ୩୦.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୩୦.୦ ମି.ମି., କଟକ ଜିଲ୍ଲାର ମୁଣ୍ଡୁଳିରେ ୨୯.୬ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୨୭.୮ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାରେ ୨୭.୮ ମି.ମି. ଏବଂ କଟକ ଜିଲ୍ଲାର ନରସିଂହପୁରରେ ୨୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande