ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ସର୍ବାଧିକ ୧୪୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ଦୈତାରିରେ ୫୫.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ପାନପୋଷ ୨୬.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୨୩.୦ ମି.ମି., ଭଦ୍ରକ ଜିଲ୍ଲାର ବନ୍ତରେ ୨୨.୦ ମି.ମି., କଟକ ଜିଲ୍ଲାର କଂଟାପଡ଼ାରେ ୨୨.୦ ମି.ମି., ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡ଼ାରେ ୨୦.୪ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୨୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୨୦.୦ ମି.ମି., ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ୨୦.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୧୯.୫ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୧୮.୭ ମି.ମି. ଏବଂ କୋରାପୁଟ ଜିଲ୍ଲାର ନନ୍ଦପୁରରେ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ