ଭୁବନେଶ୍ୱର, ୩୦ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୭ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା(ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୩ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ଓ ୬ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ