
ଭୁବନେଶ୍ୱର, ୧୫ ଜାନୁଆରୀ (ହି.ସ.)- ଗୁରୁବାର ସକାଳେ ଭବାନୀପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ ଜିଲ୍ଲାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ