ଆଗାମୀ ୨ ଦିନ ମଧ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୫ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨ ଦିନ ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ


ଭୁବନେଶ୍ୱର, ୧୫ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ଆଗାମୀ ୨ ଦିନ ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଏବଂ କନ୍ଧମାଳ ।

ପରବର୍ତୀ ୩ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୧୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର ଏବଂ କନ୍ଧମାଳ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande