
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର । ପରବର୍ତୀ ୬ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ