ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨୪ ଘଂଟା ମଧ୍ୟରେ (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ) ଏସ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ଆଗାମୀ ୨୪ ଘଂଟା ମଧ୍ୟରେ (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ) ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ପରବର୍ତୀ ୪ ଦିନ ଅର୍ଥାତ୍‌ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ) ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande