ରାଜକନିକାଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...
କେନ୍ଦ୍ରାପଡ଼ା, 19 ଜାନୁଆରି (ହି.ସ.)ରାଜକନିକା ବ୍ଲକଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୮୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୬୩ଟି ବ୍ୟକ୍ତିଗତ ଏବଂ ୨୧ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା
--ରାଜକନିକାଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...


କେନ୍ଦ୍ରାପଡ଼ା, 19 ଜାନୁଆରି (ହି.ସ.)ରାଜକନିକା ବ୍ଲକଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୮୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୬୩ଟି ବ୍ୟକ୍ତିଗତ ଏବଂ ୨୧ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ୮ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ରାଜକନିକା ବିଡ଼ିଓ ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande