
ଭୁବନେଶ୍ୱର, 02 ଜାନୁଆରୀ (ହି.ସ) ନବରଙ୍ଗପୁର ଜିଲ୍ଲାର ରାଇଘର ଠାରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ହେବା ପାଇଁ ଯାଉଛି । ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଦୀର୍ଘ ଦିନ ଧରି ସ୍ଥାନୀୟ ଲୋକଙ୍କ ଦାବି ଥିବା ଏହି ପ୍ରକଳ୍ପ ବର୍ତ୍ତମାନ ସାକାର ରୂପ ନେବାକୁ ଯାଉଛି। ନୂତନ ଭାବେ ନିର୍ମିତ ହେବାକୁ ଥିବା କଲ୍ୟାଣ ମଣ୍ଡପ ବିବାହ, ବ୍ରତଘର ସହିତ ସାଂସ୍କୃତିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମଗୁଡ଼ିକର ଆୟୋଜନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ଏହି ଅବସରରେ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ