
ଭୁବନେଶ୍ୱର, ୨ ଜାନୁଆରୀ (ହି.ସ.)- ଶୁକ୍ରବାର ସକାଳେ ରାଜ୍ୟର ୩ଟି ସ୍ଥାନରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ୮ଟି ସ୍ଥାନରେ ଘନ କୁହୁଡ଼ି, ୩ଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ୩ଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ନୟାଗଡ଼, ଢ଼େଙ୍କାନାଳ ଓ ବୌଦ୍ଧରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ରୁ ୫୦ ମିଟର ମଧ୍ୟରେ ରହିଛି । ସେହିପରି ପାରାଦୀପ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗୋପାଳପୁର, ରାଉରକେଲା, ପାରଳାଖେମୁଣ୍ଡି, କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଭୁବନେଶ୍ୱର, ସମ୍ବଲପୁର, ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ଚାନ୍ଦବାଲି, ବାରିପଦା ଏବଂ ହିରାକୁଦରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ