
ଭୁବନେଶ୍ୱର, ୨୫ ଜାନୁଆରୀ (ହି.ସ.)- ପରଲୋକରେଓଡ଼ିଶାର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର । ଭୁବନେଶ୍ୱର ଏମ୍ସ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ସେ ସକାଳ ୯ଟା ୨ ମିନିଟ ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସେପ୍ଟେମ୍ବରରୁ ଚିକିତ୍ସିତ ହେଉଥିଲେ ଅଭିଜିତ। ପ୍ରଥମେ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ମାତ୍ର ପରେ ତାଙ୍କ ଅବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ ଭେଂଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିଲା। କିନ୍ତୁ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଥିଲା। ନିକଟରେ ସେ ସୁସ୍ଥ ହେଉଥିବା ନେଇ ଖବର ଆସିଥିଲା। ତେବେ ରବିବାର ଦିନ ତାଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରୁ ଅଭିଜିତ ମଜୁମଦାରଙ୍କ ମରଶରୀରକୁ ତାଙ୍କର କଟକ ସ୍ଥିତ ବାସଭବନ ନିଆଯାଇଛି। ପୁରୀ ସ୍ୱର୍ଗଦ୍ୱାରରେ ଅଭିଜିତ୍ଙ୍କ ଅନ୍ତିମ ସଂସ୍କାର ହେବ ।
ସେ ପ୍ରାୟ ୬୦ରୁ ଅଧିକ ସିନେମାରେ ସଂଗୀତ ଦେଇଥିବା ବେଳେ ୧୦୦ ଊର୍ଧ୍ୱ ଆଲବମ୍ ପାଇଁ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା