
ଖୋର୍ଦ୍ଧା, ୦୫ ଜାନୁଆରି (ହି.ସ.) - ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଖୋର୍ଦ୍ଧା ଠାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଜନଶୁଣାଣି ଶିବିରରେ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ସାଫଲ୍ୟ ମଣ୍ଡିତ ପ୍ରଧାନ , ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରତାପ ଚନ୍ଦ୍ର ବେଉରା, ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡା ,ଉପ ଆରକ୍ଷୀ ଅଧିକ୍ଷକ ଜ୍ୟୋସ୍ନା ରାଣୀ କାଉଁରୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ମଂଚାସିନ ଥିଲେ । ଆଜିର ଅଭିଯୋଗ ଶୁଣାଣିରେ ମୋଟ ୮୭ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୭ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୦ ଗୋଟି ଅଭିଯୋଗ ଆସିଥିଲା । ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତତ୍କାଳ ୭ ଗୋଟି ଅଭିଯୋଗର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଋତୁରାଜ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠି ରୁ ପୂର୍ଣ୍ଣ ଚନ୍ଦ୍ର ମହାନ୍ତି ଗ୍ରାମ କରଡଗଡିଆ ବେଗୁନିଆ ବ୍ଲକଙ୍କୁ ଆର୍ôଥକ ସହାୟତା ରାଶି ୧୫୦୦୦ ଟଙ୍କା ଓ ସୁଜାତା ସାମନ୍ତରାୟ ଛତ୍ରପଡା ବେଗୁନିଆ ବ୍ଲକ ଙ୍କୁ ଆର୍ôଥକ ସହାୟତା ରାଶି ୧୫୦୦୦ ଟଙ୍କା ପ୍ରଦାନ କରିଥିଲେ । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଗୀତଂଶୁ ଦାଶ, ପୌରପରିଷଦ ନିର୍ବାହୀ ଅଧିକାରୀ ରିଜୁଆନ କାକ୍ୱାବ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣୀଶ୍ରୀ ପଟ୍ଟନାୟକ , ଆସିଷ୍ଟାଂଟ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଂଟ ଅଧିକାରୀ ମାନେ ଯୋଗଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ରାକେଶ