

ଭୁବନେଶ୍ୱର, ୯ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା । ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ । ପରବର୍ତୀ ୫ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ