

ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୧୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୫ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକୁ କୌଣସି ଚେତାବନୀ ନାହିଁ। ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ