
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- କୋଲକାତା
ଘଟଣାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ
କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ ଏକ ଶୋକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କୋଲକାତାର
ଚୋରବାଗାନ ଦୁର୍ଗାପୂଜା ମଣ୍ଡପରେ ଘଟିଥିବା ଦୁଃଖଦ ଦଳାଚକଟା ଘଟଣା ଅତ୍ୟନ୍ତ ମର୍ମାହତ କରିଛି।
ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ରହିଛି।
ମା’
ଦୁର୍ଗାଙ୍କ ନିକଟରେ ଦିବଙ୍ଗତ ଆତ୍ମାମାନଙ୍କର ସଦ୍ଗତି ଏବଂ ସମସ୍ତ
ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା